Featuredଓଡ଼ିଶା

ସୁଭଦ୍ରା ଆବେଦନର ଶେଷ ତାରିଖକୁ ନେଇ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ । ସାମ୍ନାକୁ ଆସିଲା ଆବେଦନର ଶେଷ ତାରିଖ । ୨୦୨୫ ମାର୍ଚ୍ଚ ୭ ତାରିଖ ହେଉଛି ସୁଭଦ୍ରା ଆବେଦନର ଡେଡ୍ ଲାଇନ୍। ମାର୍ଚ୍ଚ ୭ ତାରିଖ ଯାଏଁ ହିତାଧିକାରୀମାନେ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ପଞ୍ଜିକରଣ କରିଥିବା ସମସ୍ତ ଯୋଗ୍ୟ ହିତାଧିକାରୀ ଠିକ୍ ସମୟରେ ଟଙ୍କା ପାଇବେ। ବ୍ୟସ୍ତ ନହୋଇ ପଞ୍ଜିକରଣ କରିବାକୁ ଅନୁରୋଧ । ସେହିପରି ମାର୍ଚ୍ଚ ୮ ମହିଳା ଦିବସରେ ଦ୍ଵିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ।

ଏପର୍ୟ୍ୟନ୍ତ ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ ଟଙ୍କା ମିଳିସାରିଲାଣି। ବାକି ୨ ଲକ୍ଷ ୬୭ ହଜାର ହିତାଧିକାରୀ ବାଦ୍‌ ପଡିଥିଲେ । ସେମାନଙ୍କ ରିଭ୍ୟୁ କାମ ଚାଲିଛି । ଖୁବଶୀଘ୍ର ରିଭ୍ୟୁ କାମ ସରିବ କହି ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ।

Related Articles

Back to top button
WP Twitter Auto Publish Powered By : XYZScripts.com