ଭୁବନେଶ୍ୱର: ମୋଦିଙ୍କୁ ହତ୍ୟା ଧମକ । ଓଡ଼ିଆ ସାମ୍ବାଦିକଙ୍କୁ ଆସିଲା ମୋଦିଙ୍କ ହତ୍ୟାକୁ ନେଇ ଅଡିଓ ମେସେଜ୍ । ଟାର୍ଗେଟରେ ବିଜୁ ପଟ୍ଟନାୟକ ବିମାନବନ୍ଦର । ଭୁବନେଶ୍ୱରରେ ଚାଲିଥିବା ଡିଜିପି କନଫରେନ୍ସକୁ ପୁଣି ଖଲିସ୍ତାନୀ ଆତଙ୍କୀ ପନ୍ନୁର ଟାର୍ଗେଟ କରଛି। ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ଖଲିସ୍ତାନୀ ଆତଙ୍କୀ ପନ୍ନୁ ଧମକ ପୂର୍ଣ୍ଣ ଏକ ଇ-ମେଲ୍ ପଠାଇଛି ।
ଇ-ମେଲରେ ପଠାଇଥିବା ଅଡ଼ିଓ ମେସେଜରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରକୁ ଟାର୍ଗେଟ କରାଯାଇଛି। ଆସନ୍ତକାଲି ଭୁବନେଶ୍ୱର ବିମାନ ବନ୍ଦରରୁ ଉଡ଼ାଣ ନ ଭରିବାକୁ ଇ-ମେଲ୍ ଅଡିଓ ମେସେଜ କରି ଚେତାବନୀ ଦେଇଛି ଖଲିସ୍ତାନୀ ଆତଙ୍କୀ ପନ୍ନୁ। ଏଥିସହ ଡିଜିପି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଧମକ ଦିଆଯାଇଛି। ଖଲିସ୍ତାନୀ ପତାକା ଉଡ଼ାଇଲେ ୨୫ ଲକ୍ଷର ପୁରସ୍କାର ଘୋଷଣା କରାଯିବ ବୋଲି ଇ-ମେଲ୍ ଅଡିଓ ମେସେଜରେ ଉଲ୍ଲେଖ ରହିଛି। ଯାହାକୁ ନେଇ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାକୁ ସମସ୍ତ ପ୍ରକାର ନଜର ରଖିଛି ସୁରକ୍ଷା ବାହିନୀ ।