Featuredଜାତୀୟରାଜନୀତି

ଦିଲ୍ଲୀ ବିଧାନସଭା ନିର୍ବାଚନ: ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାର୍ଥୀଙ୍କ ନାଁ ତାଲିକା ଘୋଷଣା କରିପାରେ ବିଜେପି

ନୂଆଦିଲ୍ଲୀ: ଆଜି ଆସିବ ଦ୍ୱିତୀୟ ପର୍ଯ୍ୟାୟ ତାଲିକା । ଘୋଷଣା ହେବ ପ୍ରାର୍ଥୀଙ୍କ ନାଁ । ଦିଲ୍ଲୀ ବିଧାନସଭା ନିର୍ବାଚନରେ ପ୍ରାର୍ଥୀଙ୍କ ନାଁ ତାଲିକା ଘୋଷଣା କରିପାରେ ବିଜେପି । ଗତକାଲି ଦିଲ୍ଲୀସ୍ଥିତ ଦଳର ମୁଖ୍ୟାଳୟରେ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ବସିଥିଲା। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିଲେ। ସେହିଭଳି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଦିଲ୍ଲୀ ନିର୍ବାଚନ ପ୍ରଭାରୀ ବୈଜୟନ୍ତ ପଣ୍ଡା ଏବଂ ସିଇସିର ସଦସ୍ୟମାନେ ଉପସ୍ଥିତ ଥିଲେ। ବୈଠକରେ ଦିଲ୍ଲୀ ନିର୍ବାଚନ ପାଇଁ ବିଜେପି ଦ୍ୱିତୀୟ ପର୍ୟ୍ୟାୟରେ ଘୋଷଣା କରିବାକୁ ଥିବା ଆଉ ୪୧ ଆସନ ପାଇଁ ପ୍ରାର୍ଥୀ ତାଲିକା ଉପରେ ଆଲୋଚନା ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com