
ବାଲେଶ୍ୱର: କାଲି ଗିରଫ ଆଜି କୋର୍ଟରେ ହାଜର । ରାଜା କୋର୍ଟରେ ହାଜର ହେବେ ବିଜେଡି ନେତା ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଓ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ରାଜା ଚକ୍ରକୁ ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର କରାଯିବ । ହାଜର ପରେ ରିମାଣ୍ଡରେ ଆଣିବାକୁ ଆବେଦନ କରିବ ଇଓଡବ୍ଲୁ । ହାଇକୋର୍ଟ ତାଙ୍କ ଆଗୁଆ ଜାମିନକୁ ଖାରଜ କରିଦେଇଥିଲେ। ଏହାସହ ରାଜାକୁ ମିଳିଥିବା ଅନ୍ତରୀଣ ସୁରକ୍ଷା ମଧ୍ୟ ହଟାଇ ଦେଇଥିଲେ ହାଇକୋର୍ଟ । ଗତକାଲି ରାଜା ଚକ୍ରଙ୍କୁ ଗିରଫ କରିଥିଲା।