Featuredଓଡ଼ିଶା

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଗଡ଼କରୀ, ଭେଟିଦେବେ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ । କରିବେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ । ଲୋକଙ୍କୁ ଭେଟିଦେବେ ପ୍ରକଳ୍ପ । ବରମୁଣ୍ଡା ପଡ଼ିଆରୁ ହେବ ଶୁଭାରମ୍ଭ । ଦିନିକିଆ ଗସ୍ତରେ ଆସି ଓଡ଼ିଶାର ପରିବହନ ଓ ଯୋଗାଯୋଗ କ୍ଷେତ୍ରକୁ କରିବେ ସୁଦୃଢ । ତାଙ୍କ ଗସ୍ତରେ ଓଡ଼ିଶାକୁ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟିଦେବେ । ଆଜି ଅପରାହ୍ଣରେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜନ ହେବାକୁ ଥିବା କାର୍ୟ୍ୟକ୍ରମରେ ସାମିଲ ହୋଇ ନୀତିନ ଗଡ଼କରୀ ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକର୍ପଣ କରିବା କାର୍ୟ୍ୟକ୍ରମ ରହିଛି । ଏଥିରେ ୨ହଜାର ୯୦୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୧୩ଟି ଜାତୀୟ ରାଜପଥ, ୪୨୭ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁଥିବା ୪ଟି ସିଆରଆଇଏଫ୍ ବ୍ରିଜ୍‌ର ଶିଳାନ୍ୟାସ ରହିଛି । ସେହିପରି ୮୪୧ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ୨ଟି ଜାତୀୟ ରାଜପଥକୁ ନୀତିନ ଗଡ଼କରି ଉଦଘାଟନ କରିବା କାର୍ୟ୍ୟକ୍ରମ ରହିଛି ବୋଲି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । କେବଳ ସେତିକି ନୁହେଁ, କଟକର ରେଭେନ୍ସା ବିଶ୍ୱବିଦ୍ୟାଳୟର ଇତିହାସ ବିଭାଗ ପକ୍ଷରୁ ଆୟୋଜିତ ପୂର୍ବତନ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳନ ଉସôବରେ ମଧ୍ୟ ଯୋଗ ଦେବେ ।

Related Articles

Back to top button
WP Twitter Auto Publish Powered By : XYZScripts.com