ଓଡ଼ିଶାଜାତୀୟ

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ପୁରୀ,୨୭ା୬: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ଆରମ୍ଭ ହୋଇଯାଇଛି । ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେବା ସହ ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିବେ। ଏଥିପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥ ସହ ପଥ ପ୍ରସ୍ତୁତ ହୋଇ ରହିଥିବାବେଳେ ଭକ୍ତ ଓ ସେବକମାନେ ବ୍ୟାକୁଳତାର ସହ ଜଗନ୍ନାଥଙ୍କୁ ଅପେକ୍ଷା କରିଛନ୍ତି। ଭକ୍ତ ମାନେ ଜଗନ୍ନାଥଙ୍କ ଶ୍ରଦ୍ଧାରେତିଷ୍ଠ | ୯ଟା ୩୦ରେ ପହଣ୍ଡି ଆରମ୍ଭ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ଲୀନ ଅଛନ୍ତି | ବଡ଼ଦାଣ୍ଡରେ ରଥ ସମ୍ମୁଖରେ ସକାଳ ୬ଟାରେ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତି ବଢ଼ି ୯ଟାରେ ରଥ ପ୍ରଛେରାପହଁରା ସରିବ। ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି। ଅନ୍ୟପକ୍ଷେ ବିଶ୍ୱନିୟନ୍ତାଙ୍କ ରଥଯାତ୍ରାରେ ସାମିଲ ହେବାକୁ ଗୁରୁବାରଠାରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବାରେ ଲାଗିଛି।

ଘୋଷଯାତ୍ରାର ଅବ୍ୟବହିତ ପୂର୍ବରୁ ଗୁରୁବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବା ପରେ ରଥଖଳାକୁ ଆଜ୍ଞାମାଳ ବିଜେ କରାଯାଇଥିଲା। ୩ଜଣ ପୂଜାପଣ୍ଡା ସେବକ ଶ୍ରୀବିଗ୍ରହଙ୍କଠାରୁ ଆଜ୍ଞାମାଳ ଆଣିଥିଲେ। ପରେ ଘଣ୍ଟ, ଛତା କାହାଳୀ ଆଦି ସହ ପୂଜାପଣ୍ଡା ସାମନ୍ତ ରଥଖଳାକୁ ଆଜ୍ଞାମାଳ ବିଜେ କରିଥିଲେ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ କରାଯାଇଥିଲା। ଭୋଇ ସେବକମାନେ ରଥରେ ଦଉଡ଼ି ସଂଯୋଗ କରିଥିଲେ। ତାଳଧ୍ୱଜ ରଥରେ ବିଜେ କାହାଳୀ ଦିଆଯିବା ପରେ ପରମ୍ପରା ଅନୁଯାୟୀ, ପ୍ରଥମେ ନନ୍ଦିଘୋଷ ରଥକୁ ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖକୁ ଟଣାଯାଇଥିଲା। ପରେ ଦେବଦଳନ ଏବଂ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚାଯାଇଥିଲା। ସିଂହଦ୍ୱାର ସମ୍ମୁଖରେ ଲାଗିବା ପରେ ତିନିରଥ ଚାରିପଟେ ପୋଲିସ ପକ୍ଷରୁ ଲୁହା ବ୍ୟାରିକେଡ୍‌ ଦ୍ବାରା ଆବଦ୍ଧ କରାଯାଇଥିଲା। ରଥଯାତ୍ରା ପାଇଁ ପୁରୀ ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି।

 

 

Related Articles

Back to top button
WP Twitter Auto Publish Powered By : XYZScripts.com