ଓଡ଼ିଶାଜାତୀୟରାଜନୀତି

ବରମୁଣ୍ଡାରେ ହୁଙ୍କାରିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରରର ବରମୁଣ୍ଡା ପଡ଼ିଆ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ବିଜେପି ସର୍ଜକରଙ୍କୁ ଟାର୍ଗେଟ୍‌ କରିଛନ୍ତି ରାହୁଲ। ଏହା ସହିତ ରଥଯାତ୍ରା ଅଘଟଣକୁ ନେଇ ମଧ୍ୟ ଟାର୍ଗେଟ କରିଛନ୍ତି । ଆଦାନୀ ପରିବାର ପାଇଁ ରଥକୁ ରୋକାଯାଉଛି ବୋଲି କହିଲେ ରାହୁଲ। ଏହା ଆପଣଙ୍କ ସରକାର ନୁହେଁ, ଆଦାନୀଙ୍କ ଭଳି ଉଦ୍ୟୋଗପତିଙ୍କ ସରକାର। ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ନିଖୋଜ ହୋଇଛନ୍ତି। ଏମାନେ କୁଆଡ଼େ ଗଲେ କେହି ଜାଣିନାହାନ୍ତି। ମହିଳାଙ୍କୁ ଦୁଷ୍କର୍ମ ହେଉଛି, କିନ୍ତୁ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି।

ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ ରହିବ। ଏଠାରେ ବିନା ପଚାରି ଆଦିବାସୀଙ୍କୁ ଜମିରୁ ହଟାଯାଉଛି। ପେସା ଆଇନ ଲାଗୁ ହେଉନି, କିନ୍ତୁ ଆମେ ଏହା ଲାଗୁ କରିବୁ। ବିକାଶ ଓଡ଼ିଶାର ଜନତାଙ୍କ ପାଇଁ କରିବା ଉଚିତ୍‌। ଏଠାକାର ସରକାର ଜଙ୍ଗଲ, ଜମିରୁ ଆପଣଙ୍କୁ ହଟାଉଛନ୍ତି। ନିର୍ଯାତିତ ଲୋକଙ୍କ ପାଇଁ କଂଗ୍ରେସ ଠିଆ ହୋଇ ରହିବ। ମୋଦି ଫସଲ ବୀମା ଯୋଜନା ଲାଗୁ କରିଥିଲେ। ଏଥିପାଇଁ ମୋଦି ଆପଣଙ୍କ ଠାରୁ ଟଙ୍କା ନେଲେ, କିନ୍ତୁ ଚାଷୀଙ୍କୁ କ୍ଷତିପୂରଣ ମିଳୁନାହିଁ ବୋଲି ରାହୁଲ କହିଛନ୍ତି।

ମୁଁ ଏହି ସରକାର ବିରୋଧରେ ଲଢ଼ିବାକୁ ଚାହୁଁଛି। ଏଠାକାର ସରକାରଙ୍କୁ ହଟାଇବାକୁ ଚାହୁଁଛି। ଦଳିତଙ୍କୁ ନା ସରକାରରେ ସ୍ଥାନ ମିଳୁଛି, ନା ବ୍ୟୁରୋକ୍ରାସିରେ। ଜାତି ଜନଗଣନା ନିହାତି ଜରୁରୀ, ଏହା ସେମାନଙ୍କୁ ସଶକ୍ତ କରିବ ବୋଲି କହିଛନ୍ତି ରାହୁଲ ।

 

Related Articles

Back to top button