ଓଡ଼ିଶା
ନାବାଳିକାଙ୍କୁ ନିଆଁ ଲଗେଇବା ଘଟଣାରେ ; ଉପ ମୁଖ୍ୟମନ୍ତ୍ରୀଙ୍କ ବୟାନ

ଭୁବନେଶ୍ୱର,୧୯ା୭: ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେବା ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ଏକ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ସେ କହିଛନ୍ତି, ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ, ଝିଅଟିକୁ AIIMS ସ୍ଥାନାନ୍ତର କରାଯାଇଛି। ତା’ ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ଏଥିସହିତ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।