ଓଡ଼ିଶା

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୮/୦୮/୨୦୨୫ :ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।
କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨ ଅନୁଯାୟୀ ସମ୍ବଲପୁରରେ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ଖୋଲିବା ପାଇଁ ପ୍ରସ୍ତାବ ଉପରେ ବୈଠକରେ ଆଲୋଚନା କରାଯାଇଛି । କୃଷି ଓ ଆନୁଷଙ୍ଗିକ ବିଜ୍ଞାନରେ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ସ୍ନାତକ ଓ ସ୍ନାତକୋତ୍ତର ସୃଷ୍ଟି କରିବା ଏବଂ ଏହି କ୍ଷେତ୍ରରେ ଉତ୍ପାଦ ବୃଦ୍ଧି ଓ ଲାଭଦାୟକ କୃଷି ପ୍ରଣାଳୀ ବିକଶିତ କରିବାରେ ସହାୟକ ହେବ ।

ଏହି ପ୍ରସ୍ତାବିତ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ଓଡ଼ିଶା ପାଇଁ ଏକ ପରିବର୍ତ୍ତନକାରୀ ହେବ – କୃଷି ଗବେଷଣାକୁ ଆଗକୁ ବଢାଇବ, ଚାଷୀମାନଙ୍କୁ ସଶକ୍ତ କରିବ ଏବଂ ସ୍ଥାୟୀ କୃଷି ପଦ୍ଧତିରେ ନବସୃଜନକୁ ପ୍ରୋତ୍ସାହିତ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି |

Related Articles

Back to top button