Uncategorizedଓଡ଼ିଶାଶିକ୍ଷା
ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର

ଭୁବନେଶ୍ୱର, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଘୋଷଣା କରିଛନ୍ତି। ସେ କହିଛନ୍ତି, ଛାତ୍ରଛାତ୍ରୀ ମାନେ ସରକାରୀ ବସରେ ମାଗଣା ସ୍କୁଲ ଯାଇପାରିବେ। ଛାତ୍ରଛାତ୍ରୀମାନେ ନିଜର ପରିଚୟପତ୍ର ଦେଖାଇ ମାଗଣାରେ ସ୍କୁଲ ଯାଇପାରିବେ ।
ପ୍ରଥମରୁ ଦ୍ୱାଦଶ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ ପାଠ୍ୟ ପୁସ୍ତକ ଦିଆଯିବ ବୋଲି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି। ଭାରତୀୟ ଶିକ୍ଷାନୀତି ଅନୁଯାୟୀ, ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ମଧ୍ୟ କରାଯିବ ବୋଲି କହିଛନ୍ତି। NCERT ଢାଞ୍ଚାରେ SCERTକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ। ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ ଦିଆଯିବ ବୋଲି ଗଣଶିକ୍ଷା କହିଛନ୍ତି।