ଜୀବନଶୈଳୀମୌସୁମୀ

ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ତୁହାକୁ ତୁହା ବର୍ଷା ଆଣୁଛି ଲଘୁଚାପ। ଉତ୍ତରପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ।  ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି।

ଲଘୁଚାପ ଯୋଗୁଁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ଆଜିଠୁ ବଢ଼ିବ ବର୍ଷା ପରିମାଣ ।

କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।  ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ୩୦ ତାରିଖରୁ ପୁଣି ବର୍ଷା ପରିମାଣ କମିବ ।

Related Articles

Back to top button