
ଭୁବନେଶ୍ୱର, ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବ ସେପ୍ଟେମ୍ବର ୧୮ରୁ। ବିଭାଗୀୟ ସଚିବମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି । ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ।
ବିଧାନସଭାରେ ଉତଥାପନ ପ୍ରସଙ୍ଗର ସମସ୍ତ ଉତ୍ତର ଠିକ ଭାବେ ଦିଆଯିବ । ଏ ନେଇ ବ୍ୟକ୍ତିଗତ ଧ୍ୟାନ ଦେବାକୁ ଅଫିସରଙ୍କୁ ନିର୍ଦ୍ଦେଶ ।
ରାଜ୍ୟ ବାହାରକୁ ଗସ୍ତ ଯଥାସମ୍ଭବ ସୀମିତ କରିବାକୁ କୁହାଯାଇଛି ।
ସ୍ଥିର କରାଯାଇଥିବା ଗସ୍ତ କାର୍ଯ୍ୟକ୍ରମ ଘୁଞ୍ଚାଇବାକୁ ନିର୍ଦ୍ଦେଶନାମାରେ ଦର୍ଶାଯାଇଛି । ତଥ୍ୟ ଯୋଗାଇବା କ୍ଷେତ୍ରରେ କର୍ମଚାରୀ ସଦର ମହକୁମାରେ ରହିବ ।
ଭାଗୀୟ ସଚିବ ବିଦେଶ ଯାତ୍ରାରୁ ନିବୃତ୍ତ ରହିବାକୁ ନିର୍ଦ୍ଦେଶରେ କୁହାଯାଇଛି ।