
ଭୁବନେଶ୍ୱର ,ଦୁର୍ଗାପୁର ପୀ଼ଡ଼ିତା ବାପାଙ୍କ ସହ କଥା ହୋଇ ସମବେଦନା ଜଣାଇନ୍ତି Chief Minister Mohan Majhi।
ରାଜ୍ୟ ସରକାର ସମସ୍ତ ପ୍ରକାର ସହାୟତା ପ୍ରଦାନ କରିବେ ବୋଲି ପ୍ରତିଶୃତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଝିଅ କିପରି ଶୀଘ୍ର ସୁସ୍ଥ ହେବ ଓ ସାଧାରଣ ଜୀବନ ଯାପନ କରିବ ସେଥିପାଇଁ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ।
ଅପରାଧୀମାନେ ଯେପରି କଠୋର ଦଣ୍ଡ ପାଇବେ ସେଥିପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦୃଢ଼ ଦାବି ଉପସ୍ଥାପିତ କରାଯାଇଛି ।
ଓଡ଼ିଶାର ଜଣେ ଉଚ୍ଚ ପଦାଧିକାରୀ ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗରେ ରହି, ଯାହା ଆଇନଗତ ଏବଂ ଯେ କୌଣସି ଆବଶ୍ୟକ ସହାୟତା ଯୋଗାଇଦେଉଛନ୍ତି ।
ଯଦି ଅନ୍ୟ କୌଣସି ସହାୟତାର ଆବଶ୍ୟକତା ଥାଏ, ତେବେ ରାଜ୍ୟ ସରକାର ନିଶ୍ଚିତ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।