
ଭୁବନେଶ୍ୱର,ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର।
ଏହି ଲଘୁଚାପ ଆସନ୍ତାକାଲି ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।
ଫଳରେ ଲଘୁଚାପ ପ୍ରଭାବରେ ଆଜିଠୁ ସପ୍ତାହେ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ଏହାସହ ଆଜି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗ ଲଘୁଚାପ ପ୍ରଭାବରେ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଥିବା ବେଳେ ୨୦ ଜିଲ୍ଲାକୁ ଆଲର୍ଟ ଜାରି କରିଛି।