
ଭୁବନେଶ୍ୱର,ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାଁରେ, ୨କୋଟି ୨୫ ଲକ୍ଷ ରୁ ଅଧିକ ଟଙ୍କା ର ପୁସ୍କାର ରାଶି ଥିଲା।ମାଲକାନଗିରି ଜିଲ୍ଲା ପୁଲିସ୍ ନିକଟରେ ୨୨ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।
୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ,୯ଟି ବନ୍ଧୁକ ଓ ଅନ୍ୟ ମାଓ ସାମଗ୍ରୀ ସହ ମାଓବାଦୀମାନେ ପୁଲିସ୍ ଡିଜି ୱାଇ ବି ଖୁରାନିଆଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି।
ପୁଲିସ୍ ଡିଜି, ଡ଼ିଆଇଜି କନୱର ଵିଶାଲ ସିଂ, ମାଲକାନଗିରି ଏସପି ବିନୋଦ ପାଟିଲ,ମାଲକାନଗିରି ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ, ଏଚ ଓ ଅନ୍ୟ ପୁଲିସ୍ ଅଧିକାରୀ ଉପସ୍ଥିତ ଥିଲେ।
ହିଂସାର ପଥ ଛାଡି ଆତ୍ମସମର୍ପଣ କଲେ ସରକାରୀ ସ୍ତରରେ, ସେମାନଙ୍କୁ ବିଭିନ୍ନ ସହାୟତା ପ୍ରଦାନ ସହ ଥଇଥାନ କରାଯିବ ବୋଲି ପୁଲିସ୍ ଡିଜି ପ୍ରକାଶ କରିଛନ୍ତି।
ଦୁଇ ଜଣ ଆନ୍ଧ୍ର ଓଡିଶା ବୋର୍ଡ ଜୋନାଲ କମିଟି ର ସଦସ୍ୟ ହୋଇଥିବାବେଳେ, ୨୦ଜଣ ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟି ର ସଦସ୍ୟ ଥିଲେ। ଏମାନଙ୍କ ମଧ୍ୟରେ କୁଖ୍ୟାତ ମାଓ ନେତା ଡିସିଏମ ଲିଙ୍ଗେ ମଧ୍ୟ ସାମିଲ ଅଛି।




