ଅନ୍ୟାନ୍ୟଓଡ଼ିଶା

ଇ-ମେଲରେ ବୋମା ଧମକ

ସମ୍ବଲପୁର,  ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

କଟକ ଓ ଦେବଗଡ ଜିଲ୍ଲା କୋର୍ଟକୁ ଇ-ମେଲରେ ବୋମା ଧମକ ପରେ, ଆଜି ସଂନ୍ଧ୍ୟାରେ, ଏ ସମ୍ପର୍କରେ ବସୁଛି ଏହି ବୈଠକ ।

ଏନେଇ ସମ୍ପୂର୍ଣ୍ଣ ସମୀକ୍ଷା କରାଯିବ।

ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏଥିସହ ଉଚ୍ଚପଦସ୍ତ ଅଧିକାରୀଙ୍କୁ ପଠାଇ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ବୋମା ଧମକ ଆସିବା ପରେ ମୁଖ୍ୟମନ୍ତ୍ରୀ ,ଏନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି ।

ଘଟଣାର ତଦନ୍ତ କରି ସତ୍ୟାସତ୍ୟ ବାହାର କରିବା ସହ ଏଥିରେ ସମ୍ପୃକ୍ତ ଅପରାଧୀଙ୍କୁ ଖୋଜି ବାହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Related Articles

Back to top button