
ମୋବାଇଲ ନ୍ୟୁଜ 24×7 ବ୍ୟୁରୋ, ଓଡ଼ିଶା ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬ ପ୍ରଦାନ କରାଯିବ । ଏଥିପାଇଁ ଆବେଦନ ସମୟସୀମା ୨୦ ଜାନୁୟାରୀ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର” ପାଇଁ https://msp.odisha.gov.in କୁ ଯାଇ ଆବେଦନ କରିବାକୁ ହେବ ।
“ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର”ର ବିଭିନ୍ନ ବର୍ଗ ରହିଛି । ସେଗୁଡିକ ହେଉଛି – ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପୁରସ୍କାର, ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ପୁରସ୍କାର, ପୁରାତନ ଛାତ୍ରଛାତ୍ରୀ କମିଟି ପୁରସ୍କାର, ଗ୍ରାମପଞ୍ଚାୟତ ପୁରସ୍କାର, ଆଞ୍ଚଳିତ ସାଧନ କେନ୍ଦ୍ର ସଂଯୋଜକ ପୁରସ୍କାର, ବ୍ଲକ ପୁରସ୍କାର, ବ୍ଲକ ଶିକ୍ଷା ଅଧିକାରୀ ପୁରସ୍କାର, ଜିଲ୍ଲା ପୁରସ୍କାର, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପୁରସ୍କାର ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ପୁରସ୍କାର ।




