ଓଡ଼ିଶାବାଣିଜ୍ୟବିଜ୍ଞାନ ଓ ପ୍ରଯୁକ୍ତିରାଜନୀତି

BCPPER ହେବ ରାଜ୍ୟ ଅର୍ଥନୀତି ଅଭିବୃଦ୍ଧିର କେନ୍ଦ୍ରସ୍ଥଳ

ମୋବାଇଲ ନ୍ୟୁଜ 24×7 ବ୍ୟୁରୋ; ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିର ଏକ କେନ୍ଦ୍ରସ୍ଥଳ ଭାବେ ଭୁବନେଶ୍ୱର-କଟକ-ପୁରୀ-ପାରାଦ୍ୱୀପ ଅଞ୍ଚଳକୁ ବିକଶିତ କରାଯିବ । ଏଥିପାଇଁ BCPPER ନାମରେ ଏକ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । BCPPER ହେଉଛି ଭୁବନେଶ୍ୱର-କଟକ-ପୁରୀ-ପାରାଦ୍ୱୀପ ଇକୋନୋମିକ ରିଜିୟନ । ଦେଶର ଅର୍ଥନୈତିକ ଅଭିବୃଦ୍ଧିରେ ଏହି ଅଞ୍ଚଳଗୁଡ଼ିକ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।

ମୁଖ୍ୟମନ୍ତ୍ରୀଙ୍କ ମତରେ ଏହି ଅଞ୍ଚଳର ସବୁ ସହରର କିଛି ନା କିଛି ନିଜସ୍ବ ସାମର୍ଥ୍ୟ ଓ  ସ୍ବତନ୍ତ୍ରତା ରହିଛି । ଯେପରିକି ଭୁବନେଶ୍ବର ଟେକ୍ନୋଲୋଜି କ୍ଷେତ୍ରରେ, କଟକ ବାଣିଜ୍ୟ କ୍ଷେତ୍ରରେ, ପୁରୀ ସାଂସ୍କୃତିକ ଗରିମାରେ ଏବଂ ପାରାଦୀପ ବନ୍ଦର ଭିତ୍ତିକ ବିକାଶରେ ଉଲ୍ଲେଖନୀୟ ଅବଦାନ ବହନ କରୁଛି । ତେଣୁ ଏହି ଅଞ୍ଚଳଗୁଡିକୁ ଆଧୁନିକ ଭିତ୍ତିଭୂମି ସହିତ ଯୋଡାଯିବ ଏବଂ ପ୍ରତ୍ୟେକ ଅଞ୍ଚଳରେ ବିଭିନ୍ନ ପ୍ରକାର ପ୍ରକଳ୍ପ କରାଯିବ।

ମେଟାଲ ଡାଉନଷ୍ଟ୍ରିମ୍, ବାୟୋଟେକ୍, ଟେକ୍ସଟାଇଲ୍, କେମିକାଲ୍ସ, ପର୍ଯ୍ୟଟନ, ଶିକ୍ଷା ଓ ଆଇ.ଟି ପରି ୮୦ରୁ ଅଧିକ ପ୍ରକଳ୍ପର ଯୋଜନା କରାଯାଇଛି। ଏହା ସହିତ ୩୦ରୁ ଅଧିକ ପଲିସି ଇନିସିଏଟିଭ୍ ନିଆଯାଇ ଏ ସମଗ୍ର ଅଞ୍ଚଳକୁ ବିକାଶ ଓ ସମୃଦ୍ଧିର ପ୍ରୟୋଗଶାଳା କରାଯିବ। । ଏହି ଅର୍ଥନୈତିକ ଯୋଜନାକୁ ନୀତି ଆୟୋଗ ପକ୍ଷରୁ ପ୍ରସ୍ତୁତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ନୀତି ଆୟୋଗର ସଦସ୍ୟ ରାଜୀବ ଗୌବା ଏବଂ C.E.O. ଶ୍ରୀ ବି.ଭି.ଆର୍. ସୁବ୍ରମଣ୍ୟମ ମଧ୍ୟ ଯୋଗ ଦେଇଛନ୍ତି।

Related Articles

Back to top button