
ଭୁବନେଶ୍ୱର ,ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “୨୦୨୬-୨୭ ବଜେଟ୍ରେ କେନ୍ଦ୍ର ସରକାର ସିଟି ଇକୋନୋମିକ୍ ରିଜିଅନର ପରିକଳ୍ପନା କରିଛନ୍ତି। ଏଥିରେ BCPPER ରିଜିଅନ୍ ମଧ୍ୟ ସ୍ଥାନ ପାଇଛି। ପ୍ରତ୍ୟେକ CER ର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୫ ହଜାର କୋଟି ଟଙ୍କାର ପ୍ରାବଧାନ ରଖାଯାଇଛି”।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବର୍ତ୍ତମାନ ଏହି ଅଞ୍ଚଳର ଅର୍ଥନୀତି ସାରା ଓଡିଶାର ଅର୍ଥନୀତିର ୧୯ ପ୍ରତିଶତ। ୨୦୨୫ ସୁଦ୍ଧା ଏହି ଅଞ୍ଚଳର ଅର୍ଥନୀତିର ଆକାର ୨୨.୪ ବିଲିଅନ ଡଲାର ଅଛି। ୨୦୪୭ ସୁଦ୍ଧା ଏହାକୁ ୫୦୦ ବିଲିଅନ ଡଲାର କରିବାର ଲକ୍ଷ୍ୟ ରହିଛି ବୋଲି ସେ କହିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ର ସରକାର ତଥା ନୀତି ଆୟୋଗର ସହଯୋଗରେ ରାଜ୍ୟର ଡବଲ ଇଞ୍ଜିନ ସରକାର ଏହି ଅଞ୍ଚଳକୁ ଅର୍ଥନୈତିକ କାୟାକଳ୍ପର ଏକ କେନ୍ଦ୍ରଭାବେ ବିକଶିତ କରିବ ବୋଲି, ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ।୮ ଟି ପ୍ରମୁଖ ସହରାଞ୍ଚଳରେ ୧୦ ଟି କ୍ଷେତ୍ରକୁ ନେଇ ୬୦ ରୁ ଅଧିକ ପ୍ରକଳ୍ପ ପାଇଁ ହୋଇଛି ଯୋଜନା । ଭୁବନେଶ୍ବର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ ଅଞ୍ଚଳ ବା BCPPER ପାଇଁ ଏକ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କରିଛନ୍ତି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ଅର୍ଥନୈତିକ ଯୋଜନାକୁ ନୀତି ଆୟୋଗ ପକ୍ଷରୁ ପ୍ରସ୍ତୁତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ନୀତିଆୟୋଗର ସଦସ୍ୟ ଶ୍ରୀ ରାଜୀବ ଗୌବା ଏବଂ ସିଇଓ ଶ୍ରୀ ବି.ଭି.ଆର୍. ସୁବ୍ରମଣ୍ୟମ ମଧ୍ୟ ଯୋଗ ଦେଇଥିଲେ ।




