ଓଡ଼ିଶାରାଜନୀତି

୨୦୨୭ ମାର୍ଚ୍ଚ ସୁଦ୍ଧା ସବୁ ଗ୍ରାମକୁ ପାଇପ୍ ପାଣି!

ମୋବାଇଲ ନ୍ୟୁଜ 24×7 ବ୍ୟୁରୋ;  ରାଜ୍ୟର ସବୁ ଗ୍ରାମରେ ମିଳିବ ପାଇପ୍ ପାଣି । ୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗ୍ରାମକୁ ପାଇପ୍ ଯୋଗେ ଜଳ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁତ୍ୱ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ୪୬, ୫୩୧ଟି ଗ୍ରାମ ମଧ୍ୟରୁ ୨୧, ୭୨୧ଟି ଗ୍ରାମରେ ପାଇପ ଜଳ ଯୋଗାଣ ବ୍ୟବସ୍ଥା ରହିଛି । ଏହା ସହିତ ସୌରଶକ୍ତି, ମେଗା ପାନୀୟ ଜଳ ପ୍ରକଳ୍ପ ଆଦି ବିଭିନ୍ନ ପ୍ରକଳ୍ପ ଗୁଡ଼ିକ ନିର୍ମାଣାଧୀନ ଅବସ୍ଥାରେ । ତେଣୁ ସମସ୍ତ ପ୍ରକଳ୍ପକୁ ଯଥାଶୀଘ୍ର ସମ୍ପୂର୍ଣ୍ଣ କରି ୨୦୨୭ ମାର୍ଚ୍ଚ ସୁଦ୍ଧା ଜଳ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ  ଧାର୍ଯ୍ୟ କରିଛନ୍ତି ।

୨୦୧୭ରୁ ୧୨ ଜୁନ ୨୦୨୪ ମଧ୍ୟରେ ରାଜ୍ୟରେ ୩ଟି ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଜୁନ ୨୦୨୪ରୁ ବର୍ତ୍ତମାନ ସୁଦ୍ଧା ୨୩ଟି ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ସେହିଭଳି, ଜୁନ ୨୦୨୪ ପରେ ବର୍ତ୍ତମାନ ପର୍ଯ୍ୟନ୍ତ  ମାତ୍ର ୨୦ ମାସ ମଧ୍ୟରେ ରାଜ୍ୟରେ ୨, ୯୫୧ଟି Single Village Project, ସୌର ଶକ୍ତି ପାନୀୟ ଜଳ ପ୍ରକଳ୍ପ ୨, ୭୦୨ଟି ଏବଂ ୨୬, ୧୩୭ଟି ନଳକୂପ ସ୍ଥାପିତ ହୋଇଛି । ବୁଧବାର ଲୋକସେବା ଭବନ ଠାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି । ମିଶନ ମୋଡରେ ଏହି କାର୍ଯ୍ୟ କରାଯିବ । ବିଶେଷକରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ପ୍ରତି ବିଶେଷ ଦୃଷ୍ଟି ଦେବାକୁ ବୈଠକରେ ଗୁରୁତ୍ୱାରୋପ କରିଥିଲେ ମୁଖ୍ୟମନ୍ତ୍ରୀ।

Related Articles

Back to top button