
ଭୁବନେଶ୍ୱର: ମନୋଜ ପରିଡ଼ାଙ୍କୁ ନୂଆ ଦାୟିତ୍ୱ । ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର । ସେହିପରି ଅବସରପ୍ରାପ୍ତ ଆଇପିଏସ ପ୍ରାଣବିନ୍ଦୁ ଆଚାର୍ୟ୍ୟ, ହାଇକୋର୍ଟର ବରିଷ୍ଠ ଆଇନଜୀବୀ କଳ୍ପନା ପଟ୍ଟନାୟକ, ଅବସରପ୍ରାପ୍ତ ଆଇଏଏସ୍ ପବିତ୍ର ମଣ୍ଡଳଙ୍କୁ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି ।