ସ୍ୱାସ୍ଥ୍ୟ

ଦେଶରେ କମିଲା ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ: ଉପରତଳ କରୋନା ଗ୍ରାଫ୍। ଦେଶରେ ପୁଣି କମିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ଉପରତଳ ହେବାରେ ଲାଗିଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୯୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୩ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୭୯୩୧୩ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୭ ଲକ୍ଷ ୧୫ ହଜାର ୧୯୩ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୪୮୯୦ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com