ଓଡ଼ିଶା

ମଧୁସ୍ମିତା ଆଚାର୍ଯ୍ୟ କଂଗ୍ରେସର ବିଏମସି ମେୟର ପ୍ରାର୍ଥୀ, ଘୋଷଣା କଲା ଦଳ

ଭୁବନେଶ୍ୱର() ଭୁବନେଶ୍ୱର ମହାନଗର ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି ।  ମଧୁସ୍ମିତା ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି ଦଳ । ଏ ନେଇ ଶୁକ୍ରବାର ଦିନ ୧୧ଟା ବେଳେ ଏ ନେଇ ବିଧିବଦ୍ଧ ଭାବେ ବିଧାୟକ ତଥା ବରିଷ୍ଠ ନେତା ସୁର ରାଉତରାୟ ଘୋଷଣା କରିଛନ୍ତି ।

ମଧୁସ୍ମିତା ଜଣେ ଉଚ୍ଚଶିକ୍ଷିତା, ଯୁବ ଉଦ୍ୟୋଗୀ, କ୍ରୀଡ଼ାବିତ୍‌, ଓଡ଼ିଶୀ ନୃତ୍ୟ ଶିଳ୍ପୀ । କଲେଜ ଜୀବନରେ ମଧ୍ୟ ରାଜନୀତିରେ ଜଡିତ ଥିଲେ । ସେ ଧର୍ମଶାଳାର ପୂର୍ବତନ କଂଗ୍ରେସ ବିଧାୟକ କାଙ୍ଗାଳୀ ପଣ୍ଡାଙ୍କ ବୋହୂ । କାଙ୍ଗାଳୀ ପଣ୍ଡା ନିର୍ବାଚନ ଲଢ଼ିବା ସମୟରେ ମଧୁସ୍ମିତା ନିର୍ବାଚନ ପରିଚାଳନାରେ ସହାୟତା କରୁଥିଲେ । ସେ ଦୃଷ୍ଟିକୋଣରୁ କଂଗ୍ରେସ ତାଙ୍କ ଉପରେ ଭରସା କରିଛି । ସେଥିପାଇଁ ତାଙ୍କୁ ମେୟର ଭାବେ ଚୟନ କରିଛି ବୋଲି ଦଳୀୟ ନେତା ଯୁକ୍ତି ବାଢିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com