ଓଡ଼ିଶା

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ କରୋନା ପଜିଟିଭ ଚିହ୍ନଟ, ଜଣେ ବି ନାହାନ୍ତି ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ  ୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ୪ ଟି ଜିଲ୍ଲାରୁ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କଟକ  ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୪୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୧୮୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com