ଓଡ଼ିଶା
ଆହୁରି ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ!

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ କହିବା ଅନୁସାରେ ୮ ତାରିଖ ସକାଳ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିମ୍ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଗାମୀ ୨୪ ଘଣ୍ଟା ରେ ଅନୁଭୂତ ହେବାକୁ ଥିବା ପାଣିପାଗ ସହ ଜଡିତ ନିୟାମକ pic.twitter.com/eTCaRsu5TA
— Meteorological Centre, Bhubaneswar (@mcbbsr) July 7, 2022
୮ ତାରିଖ ସକାଳ ସାଢ଼େ ୮ଟାରୁ ୯ ତାରିଖ ସକାଳ ସାଢ଼େ ୮ଟା ଭିତରେ କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସିଏମ୍ ପର୍ଯ୍ୟନ୍ତ ବର୍ଷା ହେବ। ଠିକ୍ ସେହିପରି ସୋନପୁର, ବଲାଙ୍ଗିର, ବୌଦ୍ଧ, ନୟାଗଡ଼, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା(୭ରୁ ୧୧ ସେଣ୍ଟିମିଟର) ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ବର୍ଷାର ପରିମାଣ ୭ରୁ ୧୧ ସିଏମ୍ ପର୍ଯ୍ୟନ୍ତ ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
#Warning for Day-1 to Day-5 pic.twitter.com/Yx1UyGiVpV
— Meteorological Centre, Bhubaneswar (@mcbbsr) July 7, 2022