ଓଡ଼ିଶା

ରାଜ୍ୟସଭା ଉପନିର୍ବାଚନ ବିଜ୍ଞପ୍ତି ଜାରି

ଭୁବନେଶ୍ୱର : ସୁବାସ ସିଂହଙ୍କ ଇସ୍ତଫା ପରେ ଖାଲିପଡ଼ିଥିବା ରାଜ୍ୟସଭା ଆସନ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମେ ୨୬ରୁ ଜୁନ୍ ୨ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ସମୟ ଧାର‌୍ୟ୍ୟ ହୋଇଥିବା ବେଳେ ଜୁନ୍ ୩ରେ ନାମାଙ୍କନ ଯାଞ୍ଚ କରାଯିବ । ୬ ତାରିଖ ନାମାଙ୍କନପତ୍ର ପ୍ରତ୍ୟାହାର ଏବଂ ଆବଶ୍ୟକ ହେଲେ ଜୁନ୍ ୧୩ ତାରିଖରେ ଭୋଟ ଗ୍ରହଣ ହେବ ବୋଲି ଏହି ବିଜ୍ଞପ୍ତିରୁ ଜଣାପଡ଼ିଛି । ସକାଳ ୯ଟାରୁ ଅପରାହ୍ନ ୪ଟା ଯାଏ ଭୋଟ ଗ୍ରହଣ ହେବ ଏବଂ ଅପରାହ୍ନ ୫ଟାରେ ଗଣତି କରାଯିବ । କଟକର ମେୟର ନିର୍ବାଚିତ ହେବା ପରେ ସୁବାସ ସିଂହ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ଏହି ଉପନିର୍ବାଚନରେ ନିର୍ବାଚିତ ରଜ୍ୟସଭା ସାଂସଦ ୨୦୨୬ ଯାଏଁ କାର୍ଯ୍ୟ କରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com