ବାଣିଜ୍ୟ

ଆଜିଠୁ ଜନତା ମୈଦାନରେ ପୁଞ୍ଜି ନିବେଶର ମହାକୁମ୍ଭ ମେକ-ଇନ୍-ଓଡ଼ିଶା କନକ୍ଲେଭ ତୃତୀୟ ସଂସ୍କରଣ

ଓଡ଼ିଶା ଶିଳ୍ପ ଜଗତରେ ସୃଷ୍ଟି ହେବ ନୂଆ ଅଧ୍ୟାୟ । ଭୁବନେଶ୍ବରରେ ଲାଗିବ ଦେଶ ବିଦେଶର ପ୍ରମୁଖ ଶିଳ୍ପପତିଙ୍କ ଭିଡ଼ । ଆଜିଠୁ ଜନତା ମୈଦାନରେ ପୁଞ୍ଜି ନିବେଶର ମହାକୁମ୍ଭ ମେକ-ଇନ୍-ଓଡ଼ିଶା କନକ୍ଲେଭ ତୃତୀୟ ସଂସ୍କରଣ । ସନ୍ଧ୍ୟାରେ କନକ୍ଲେଭର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫ ଦିନିଆ ମେଗା ବିଜନେସ୍ ସମିଟରେ ଯୋଗଦେବା ପାଇଁ ଏବେ ସୁଦ୍ଧା ୧୧ହଜାରରୁ ଅଧିକ ପଂଜୀକରଣ ହୋଇଛି । ମୋଟ୍ ୩୮ଟି ଇଭେଣ୍ଟରେ ୧୨୪ଜଣ ବକ୍ତା ଯୋଗଦେବେ । ପାରଂପରିକ ଶିଳ୍ପ ବ୍ୟତୀତ ନୂଆ ନୂଆ କ୍ଷେତ୍ରରେ ବଡ଼ ନିବେଶ ପାଇଁ ଏଥର ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ମେଟାଲ, ମିନେରାଲ, ପେଟ୍ରୋକେମିକାଲ୍ସ, ଟେକ୍ସଟାଇଲ, ଫୁଡ୍ ପ୍ରସେସିଙ୍ଗ, ଅକ୍ଷୟ ଶକ୍ତି, ପର୍ଯ୍ୟଟନ ଓ ଆଇଟି କ୍ଷେତ୍ରକୁ ଫୋକସ୍ ଦିଆଯାଇଛି । ୧୩୦ରୁ ଅଧିକ ବଡ଼ ଓ ମଧ୍ୟମ ଶିଳ୍ପ କନକ୍ଲେଭରେ ସାମିଲ ହେବାକୁ ସହମତି ପ୍ରକାଶ କରିଛନ୍ତି । ସେମାନଙ୍କ ମଧ୍ୟରେ ରହିଛନ୍ତି ଆର୍ସେଲର ମିତ୍ତଲ ଅଧ୍ୟକ୍ଷ ଲକ୍ଷ୍ମୀନାରାୟଣ ମିତ୍ତଲ, କୁମାର ମଙ୍ଗଲମ ବିର୍ଲା, ବେଦାନ୍ତ ମୁଖ୍ୟ ଅନୀଲ ଅଗ୍ରଓ୍ବାଲ, ସଜ୍ଜନ ଜିନ୍ଦଲ, ଟାଟା ଷ୍ଟିଲ MD ଟିଭି ନରେନ୍ଦ୍ରନ, JSPL ମୁଖ୍ୟ ନବୀନ ଜିନ୍ଦଲ ପ୍ରମୁଖ ।

Related Articles

Back to top button
WP Twitter Auto Publish Powered By : XYZScripts.com