ଓଡ଼ିଶା

କମୁଛି କରୋନା ସଂକ୍ରମଣ , ମୃତ୍ୟୁ ସଂଖ୍ୟାରେ ଲାଗୁଛି ବ୍ରେକ୍‌

ଦେଶରେ କରୋନା ଗ୍ରାଫ୍ ମାମଲା କ୍ରମାଗତ ଭାବେ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୧ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୫୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ୪ କୋଟି ୪୬ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୯୯୮୭୯ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୭ ଲକ୍ଷ ୧୨ ହଜାର ୨୧୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୫୨୭୩୩୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

ସେପଟେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୦୬୧କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୫୦୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୩୩୬୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୨୦୭୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com