ସ୍ୱାସ୍ଥ୍ୟ
ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୯୧୩ କରୋନା ପଜିଟିଭ୍

ନୂଆଦିଲ୍ଲୀ() କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୧ ହଜାର ତଳକୁ ଖସିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି ୧୩ ଜଣଙ୍କ ମୃତ୍ୟୁ ଘଟିଛି ।
India’s daily #COVID19 cases drop below 1000 after 715 days; reports 913 fresh cases, 1316 recoveries and 13 deaths in the last 24 hours.
Active cases: 12,597 (less than 13,000 after 714 days)
Death toll: 5,21,358
Daily positivity rate: 0.29%Total vaccination: 1,84,70,83,279 pic.twitter.com/ljFlSgLiap
— ANI (@ANI) April 4, 2022